ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ:  ହାଇକୋର୍ଟରେ ପିଟିଶନ, ଶୁଣାଣି ଆଜି

କଟକ ଅଫିସ,୭ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ (ସ୍ୟାଟ୍‌) ଉଚ୍ଛେଦ ସଂକ୍ରାନ୍ତରେ କେନ୍ଦ୍ର ସରକାର ଗତ ୨ ତାରିଖରେ ଏକ ଗେଜେଟ୍‌ ନୋଟିଫିକେଶନ ପ୍ରକାଶ କରିଛନ୍ତି। କେନ୍ଦ୍ର ସରକାରଙ୍କ ଏହି ନୋଟିଫିକେଶନକୁ ଚ୍ୟାଲେଞ୍ଜ କରି ମଙ୍ଗଳବାର କଟକ ସ୍ୟାଟ୍‌ ବାର ଆସୋସିଏଶନ ପକ୍ଷରୁ ହାଇକୋର୍ଟରେ ପିଟିଶନ ଦାଏର କରାଯାଇଛି। ବୁଧବାର ଏହି ମାମଲାର ଶୁଣାଣି ହେବ। ହାଇକୋର୍ଟ ସ୍ୟାଟ୍‌କୁ ନେଇ ତାଙ୍କର ଚୂଡ଼ାନ୍ତ ନିଷ୍ପତ୍ତି ଦେବେ ବୋଲି ସୂଚନା ମିଳିଛି। ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଛି ଯେ, ହାଇକୋର୍ଟରେ ସ୍ୟାଟ୍‌ ଉଚ୍ଛେଦ ନେଇ ମାମଲା ବିଚାରାଧୀନ ରହିଛି। ମାମଲା ଶେଷ ହୋଇ ନ ଥିବାବେଳେ କେନ୍ଦ୍ର ସରକାର ଯେଉଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ତାହା ବେଆଇନ। ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କର ଏହି ବ୍ୟବସ୍ଥା ଉଚ୍ଛେଦ କରିବାର କ୍ଷମତା ନାହିଁ। କେବଳ ପାର୍ଲାମେଣ୍ଟର ଉଚ୍ଛେଦ କ୍ଷମତା ରହିଛି। ତେଣୁ ଏହି ବିଜ୍ଞପ୍ତିକୁ ରଦ୍ଦ କରିବା ପାଇଁ ଆବେଦନକାରୀ ଦର୍ଶାଇଛନ୍ତି। ଏହି ମାମଲାରେ କାର୍ମିକ, ସାଧାରଣ ଅଭିଯୋଗ ଓ ପେନସନ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କୁ ପକ୍ଷଭୁକ୍ତ କରାଯାଇଛି।
ଆଡମିନିଷ୍ଟ୍ରେଟିଭ୍‌ ଟ୍ରିବ୍ୟୁନାଲ ଆକ୍ଟ ୧୯୮୫ ଧାର(୨) ଓ ଜେନେରାଲ କ୍ଲଜେସ୍‌ ଆକ୍ଟର ଧାରା ୨୧ରେ ପ୍ରଦତ୍ତ କ୍ଷମତା ଅନୁଯାୟୀ ସ୍ୟାଟ୍‌ ଉଚ୍ଛେଦ କରାଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଓଡ଼ିଶା ସରକାର ସ୍ୟାଟ୍‌ ଉଚ୍ଛେଦ ଲାଗି କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। ରାଜ୍ୟ ସରକାରଙ୍କ ଏହି ପ୍ରସ୍ତାବକୁ ହାଇକୋର୍ଟ ଅନୁମୋଦନ କରିଥିଲେ। ସୂଚନାଯୋଗ୍ୟ ଯେ, ୧୯୮୬ ଜୁଲାଇ ୧୪ରେ ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ ପ୍ରତିଷ୍ଠା କରାଯାଇଥିଲା। ୨୦୧୪ ଫେବୃୟାରୀ ୧୮ରେ ସ୍ୟାଟ୍‌ରେ ୮ଜଣ ସଦସ୍ୟ ରହିବା ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଭୁବନେଶ୍ୱର ଏହାର ପ୍ରମୁଖ ବେଞ୍ଚ ହୋଇଥିଲା। ତେବେ କଟକ ବେଞ୍ଚ ସହିତ ସମ୍ବଲପୁର ଓ ବ୍ରହ୍ମପୁର ସର୍କିଟ୍‌ ବେଞ୍ଚ ପ୍ରତିଷ୍ଠା କରାଯାଇଥିଲା। ମାତ୍ର ରାଜ୍ୟ ସରକାରଙ୍କ କ୍ୟାବିନେଟ୍‌ ୨୦୧୫ରେ ସେପ୍ଟେମ୍ବର ୯ରେ ସ୍ୟାଟ୍‌ ଉଚ୍ଛେଦ ଲାଗି ନିଷ୍ପତ୍ତି ନେଇ ହାଇକୋର୍ଟଙ୍କୁ ଅନୁମୋଦନ କ୍ରମେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଥିଲା। ଏହାକୁ ନେଇ ପୂର୍ବରୁ ଉଭୟ ଭୁବନେଶ୍ୱର ଓ କଟକ ସ୍ୟାଟ୍‌ ବାର ଆସୋସିଏଶନ ପକ୍ଷରୁ ହାଇକୋର୍ଟରେ ମାମଲା ଦାଏର କରାଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଓ ଜଷ୍ଟିସ୍‌ କେ.ଆର୍‌. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଏହି ମାମଲା ଚାଲୁରହିଛି। ଗତ ଜୁଲାଇ ୧୮ରେ ହାଇକୋର୍ଟ ସ୍ୟାଟ୍‌ରେ ନିଯୁକ୍ତି ସଂକ୍ରାନ୍ତରେ ସରକାର କ’ଣ ସବୁ ପଦକ୍ଷେପ ଗ୍ରହଣ କରିଛନ୍ତି ସେ ସମ୍ପର୍କିତ ତଥ୍ୟ ଅଗଷ୍ଟ ୮ ମଧ୍ୟରେ ଜଣାଇବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri