ହାତୀ ଶାବକକୁ ଗୁଳିକରି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଜେଲ

ଦେବଗଡ଼,୩୧।୧୨(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ପଳସମା ସେକ୍ସନ ଅନ୍ତର୍ଗତ ବରଡାନାଳୀ ଗ୍ରାମରେ ୨୫ ତାରିଖ ରାତିରେ ଏକ ହାତୀ ଶାବକକୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବରଡାନାଳୀ ଗ୍ରାମରେ ଦୁଃଖବନ୍ଧୁ ସାହୁ(୩୭)ଙ୍କୁ ବନ ବିଭାଗ ପକ୍ଷରୁ ସୋମବାର ଗିରଫ କରାଯାଇ କୋର୍ଟ ଚାଲାଣ ହୋଇଥିଲା। ତେବେ ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ୨୬ ତାରିଖ ସକାଳେ ଗ୍ରାମର ଜଣଙ୍କ ଗୁହାଳ ପଛପଟେ ଏକ ମାଈହାତୀ ଶାବକର ମୃତଦେହ ଗ୍ରାମବାସୀ ଦେଖିବାକୁ ପାଇଥିଲେ। ପରେ ସେମାନେ ପଳସମା ସେକ୍ସନର ଫରେଷ୍ଟର ଓ ରିଆମାଳ ଫରେଷ୍ଟ ରେଞ୍ଜ ଅଫିସରଙ୍କୁ ଖବର ଦେଇଥିଲେ । ଖବରପାଇ ରିଆମାଳ ରେଞ୍ଜ ଅଫିସର ଭବାନୀ ଶଙ୍କର ଦାଶ ଓ ପଳସମା ଫରେଷ୍ଟର ପ୍ରଶାନ୍ତ କୁମାର ଶତପଥୀ ଘଟଣା ସ୍ଥଳରେ ପହଞ୍ଚି ମୃତ ହାତୀ ଶାବକଟିକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଥିଲେ । ମୃତଦେହ ବ୍ୟବଚ୍ଛେଦ ବେଳେ ହାତୀ ଶରୀରରୁ ୮ ଏମ୍‌.ଏମ୍‌.ସାଇଜ୍‌ର ଏକ ଗୁଳି ବାହାରିଥିଲା। ଯେଉଁଥିରେ ହାତୀଟିକୁ ହତ୍ୟା କରାଯାଇଥିବା ସ୍ପଷ୍ଟ ହୋଇଥିଲା । ଫଳରେ ବନ ବିଭାଗ ପକ୍ଷରୁ ତଦନ୍ତ କରାଯାଇ ଦୁଃଖବନ୍ଧୁ ଉକ୍ତ ହାତୀ ଶାବକଟିକୁ ଏକ ଦେଶୀ ବନ୍ଧୁକ ସାହାଯ୍ୟରେ ଗୁଳିକରି ହତ୍ୟା କରିଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ସିଆରପିଏଫ ପକ୍ଷରୁ ଜନସଂପର୍କ ଶିବିର ଅନୁଷ୍ଠିତ: ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସିଲେଇ ଉପକରଣ, ପେପର ପ୍ଲେଟ ମେସିନ

ଥୁଆମୂଳ ରାମପୁର,୨୯।୩(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲାରେ ନକ୍ସଲ ବିରୋଧୀ ଅଭିଯାନ ପାଇଁ ନିୟୋଜିତ ୧୨ ବାଟାଲିୟନ, କେନ୍ଦ୍ରୀୟ ରିଜର୍ପ ଫୋର୍ସ (ସିଆରପିଏଫ) ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ...

୧୭ ଚୋରି ବାଇକ୍‌ ଜବତ, ୩ ଗିରଫ

ନୂଆପଡ଼ା,୩୦ା୩ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ପୋଲିସ ଶନିବାର ବିଭିନ୍ନ ସ୍ଥାନରେ ଚଢାଉ କରି ୧୭ ଚୋରି ବାଇକ୍‌ ଜବତ କରି ୩ ଜଣକୁ...

୭ ବର୍ଷ ପରେ ମା’ କୋଳକୁ ଫେରିଲେ ଝିଅ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବଜରଙ୍ଗୀ ଭାଇଜାନ ଚଳଚ୍ଚିତ୍ରର କାହାଣୀ ସଦୃଶ ହଜିଲା ୬ ବର୍ଷର ବେବି ପାତ୍ର ଘଟଣା ଝାଡ଼ଖଣ୍ଡ ରାଜ୍ୟ ଜାମ୍‌ଶେଦପୁର ଅଞ୍ଚଳରେ ଚହଳ...

ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ଆରମ୍ଭ, ମାଡିଲା ବୋଲଡୋଜର

ବରଗଡ, ୩୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ରବିବାର ସକାଳୁ ଆରମ୍ଭ ହୋଇଛି। ଜବରଦଖଲରେ ରହିଥିବା...

୫ ବର୍ଷରେ ୩୫୧୬ ଅପମୃତ୍ୟୁ

ବ୍ରହ୍ମପୁର, ୩୦ା୩(ସୁବାସ ଚନ୍ଦ୍ର ପାଢ଼ୀ)ଦକ୍ଷିଣ ଓଡିଶାର ଏକମାତ୍ର ସରକାରୀ ରେଫରାଲ ହସ୍ପିଟାଲ ହେଉଛି ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲ। ଏଠାକୁ ଦକ୍ଷିଣ ଓଡିଶା ଓ ଖୋର୍ଦ୍ଧା...

ସୀମା ନିର୍ଦ୍ଧାରଣକୁ ନେଇ ପଥର୍ଲା ଗ୍ରାମ ଓ ପଲକା ପଡା ବାସୀଙ୍କ ଅସନ୍ତୋଷ ,ଜିଲାପାଳଙ୍କୁ ଅଭିଯୋଗ

କେସିଙ୍ଗା,୨୯।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ହେଉଛି ଏକ ପୁରାତନ ଆଦିବାସୀ ଅଧୁଷ୍ଠିତ ଗ୍ରାମ। ପଥର୍ଲା, ପଲକା ପଡା ଓ...

ସୁକ୍‌ମା ଏନ୍‌କାଉଣ୍ଟର: ୧୮ ମାଓବାଦୀ ନିହତ

ମାଲକାନଗିରି, ୩୦ା୩(ଦୁର୍ଯ୍ୟୋଧନ ପାତ୍ର), ସୁକମା (ପି.ଟି.):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲା ଅଧୀନ କେରାଲପାଲ ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଶନିବାର...

ବହୁ ଚର୍ଚ୍ଚିତ ରମେଶ ସିଂ ହତ୍ୟା ମାମଲା: ଶାଶୁଙ୍କୁ ଆଜୀବନ କାରାଦଣ୍ଡ, ଜ୍ୱାଇଁ ଖଲାସ

ସୁନ୍ଦରଗଡ଼,୨୯ା୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନଥାନା ଅନ୍ତର୍ଗତ ଭବାନୀପୁରରେ ୨୦୨୧ରେ ଘଟିଥିବା ବହୁ ଚର୍ଚ୍ଚିତ ରମେଶ ସିଂ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image