ହିଞ୍ଜଳିକାଟୁ,୩ା୭(ଡି.ଏନ୍.ଏ.)- ୧୦ ବର୍ଷ ତଳେ ଘରୁ କେଉଁଆଡେ ଚାଲିଯାଇଥିଲେ। ୨ଦିନ ତଳେ ହଠାତ୍ ଘରକୁ ଫେରି ଜାଣିଲେ ୨ମାସ ତଳେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିରେ ମ୍ରିୟମାଣ ହୋଇ ଶେଷରେ ରଶି ଲଗାଇ ଜୀବନ ହାରିଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ହିଞ୍ଜିଳି ଥାନା ଶିକିରି ଗ୍ରାମରେ। ମୃତକ ହେଲେ ହିଞ୍ଜିଳି ବନ୍ଧହୁଡ଼ା ସାହିର ଦେବ ଦାସ (୫୦)। ମଙ୍ଗଳବାର ରାତିରେ ଦେବ ଶୋଇବାକୁ ଯାଇ ଘରୁ କେଉଁଆଡେ ଚାଲି ଯାଇଥିଲେ। ବୁଧବାର ସକାଳୁ ଋଷିକୂଲ୍ୟା ନଦୀକୁ ଗାଧୋଇ ଯାଥିବା ଲୋକେ ଶିକିରି ଜନସ୍ବାସ୍ଥ୍ୟ ବିଭାଗ ପମ୍ପ ହାଉସ ନିକଟ ରେଲିଂରେ ଦେବାଦାସଙ୍କ ଝୁଲନ୍ତା ମୃତଦେହ ଦେଖିଥିଲେ। ହିଞ୍ଜିଳି ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲା। ନଂ.୧୪/୧୯ରେ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଥିଲା। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି। ସ୍ତ୍ରୀଙ୍କ ମୃତ୍ୟୁରେ ସେ ମ୍ରିୟମାଣ ହୋଇ ଏପରି ନିଷ୍ପତି ନେଇଥିବା ଆଲୋଚନା ହେଉଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।
କ୍ରିକେଟ କପ୍: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...
ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର
ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...
ତୃତୀୟ ଟି୨୦ରେ ଭାରତର ଦମ୍ଦାର ବିଜୟ: ୨-୧ରେ ସିରିଜ୍ ଅଗ୍ରଣୀ
ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍ ବାକି...
ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର
ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...
ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ
ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...
ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...
Archives


