Posted inଖେଳ

୧୭ ବର୍ଷରୁ କମ୍‌ ମହିଳା ଫୁଟବଲ: ଲାୟନ୍ସେସ ଚାମ୍ପିୟନ

କଲ୍ୟାଣୀ, ୧୮।୧୧- ଏଠାରେ ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ଚାମ୍ପିୟନଶିପ୍‌ରେ ଲାୟନ୍ସେସ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଏହି ଦଳ ଟାଇଗ୍ରେସେସକୁ ୭-୨ ଗୋଲରେ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଲିଣ୍ଡା କୋମ୍‌ ସେର୍ତୋ (୧୭ ଓ ୫୦ତମ ମିନିଟ), ସୁମତି କୁମାରୀ(୩୭ ଓ ୫୪) ୨ଟି ଲେଖାଏ ଏବଂ ପ୍ରିୟଙ୍କା ସୁଜେଶ(୧୮), ପ୍ରିୟଙ୍କା ଦେବୀ ନାରୋଇମ୍‌(୩୪) ଓ ସାଇ ଶାଙ୍ଖେ (୬୯) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ପ୍ରତିପକ୍ଷ ଦଳର ନିଶା ୭୬ ଓ କରେନ ଇଷ୍ଟ୍ରୋସିଓ ୮୧ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ପରିଶୋଧ କରିଥିଲେ।
ପ୍ରତିଯୋଗିତାର ଲିଗ୍‌ ପର୍ଯ୍ୟାୟରେ ମଧ୍ୟ ଟାଇଗ୍ରେସେସ ବିପକ୍ଷରେ ଭାରୀ ପଡ଼ିଥିଲା ଲାୟନ୍ସେସ। ସେତେବେଳେ ୪-୧ ଗୋଲରେ ବିଜୟୀ ହୋଇଥିବାବେଳେ ଫାଇନାଲରେ ପୂର୍ବ ଅପେକ୍ଷା ଉନ୍ନତ ପ୍ରଦର୍ଶନ କରିଥିଲା। ଲିଣ୍ଡା କୋମ୍‌ ଗୋଲ ସ୍କୋରିଂ ପ୍ରକ୍ରିୟା ଆରମ୍ଭ କରିଥିବାବେଳେ ପ୍ରଥମାର୍ଦ୍ଧ ଶେଷସୁଦ୍ଧା ଲାୟନ୍ସେସ ୪-୦ ଗୋଲରେ ଅଗ୍ରଣୀ ରହି ପ୍ରତିପକ୍ଷ ଦଳ ଉପରେ ଚାପ ପ୍ରୟୋଗ କରିଥିଲା। ପ୍ରିୟା ପି.ଭି.ଙ୍କ ପ୍ରଶିକ୍ଷଣପ୍ରାପ୍ତ ଟାଇଗ୍ରେସେସ ଶେଷଭାଗରେ କେତେକ ଗୋଲ ସ୍କୋରିଂ ସୁଯୋଗ ସୃଷ୍ଟି କରିଥିଲେ ହେଁ ସେତେବେଳକୁ ବହୁ ବିଳମ୍ବ ହୋଇ ଯାଇଥିଲା। ଅନ୍ୟପକ୍ଷରେ ଆଲେକ୍ସ ଆମ୍ବ୍ରୋସଙ୍କ ମାଷ୍ଟରମାଇଣ୍ଡ ଆଉ ଏକ ଟାଇଟଲ ବିଜୟରେ ସହାୟକ ହୋଇଛି। ତାଙ୍କ ପ୍ରଶିକ୍ଷଣରେ ଭାରତୀୟ ଦଳ ଗତ ଅକ୍ଟୋବରରେ ୧୫ ବର୍ଷରୁ କମ୍‌ ମହିଳା ଫୁଟବଲ ଚାମ୍ପିୟନଶିପ୍‌ରେ ଟାଇଟଲ ବିଜୟୀ ହୋଇଥିଲା। ୨୦୨୦ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଭାରତରେ ଅନୁଷ୍ଠିତ ହେବ। ସେହି ଟୁର୍ନାମେଣ୍ଟ ପାଇଁ ପ୍ରତିଭା ଅନୁସନ୍ଧାନ କରିବା ଲକ୍ଷ୍ୟରେ ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ଚାମ୍ପିୟନଶିପ୍‌ ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତା ସଫଳତାର ସହ ଶେଷ ହୋଇଥିବାବେଳେ ଅନେକ ପ୍ରତିଭା ସମ୍ପନ୍ନ ଖେଳାଳିଙ୍କୁ ଠାବ କରାଯାଇ ପାରିଛି। ଚାମ୍ପିୟନ ଲାୟନ୍ସେସ ଦଳର ଷ୍ଟ୍ରାଇକର ଲିଣ୍ଡା କୋମ୍‌ ୬ଟି ଗୋଲ ଦେଇ ଟପ୍‌ ସ୍କୋରର ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri