୨ ଘଣ୍ଟା ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟି ୧ ନମ୍ବର ୱାର୍ଡ ବେହାଲ

ନୟାଗଡ଼ ଅଫିସ,୧୪।୭-ଶନିବାର ଅପରାହ୍ନରେ ନୟାଗଡରେ ୨ଘଣ୍ଟା ଧରି ପ୍ରବଳ ବର୍ଷା ହୋଇଥିଲା । ଏହି ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟିର ୧ ନମ୍ବର ୱାର୍ଡ଼ ବେହାଲ ହୋଇଯାଇଛି। ନୟାଗଡ଼ ପୂର୍ତ୍ତ ବିଭାଗ ଲେନ୍‌ରେ ରହୁଥିବା ଅଧିକାଂଶ ବ୍ୟକ୍ତିଙ୍କ ଘରେ ପାଣି ପଶି ଯାଇଥିବାର ଦେଖିବାକୁ ମିଳିଥିଲା। ଯାହାକୁ ନେଇ ୱାର୍ଡ଼ବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ଏ ଦିଗରେ କୌଣସି ସମାଧାନ କରୁ ନ ଥିବାରୁ ଏହିଭଳି ଅସୁବିଧା ହେଉଥିବା ନେଇ ସେମାନେ ଅଭିଯୋଗ କରିଛନ୍ତି।

ପ୍ରକାଶ ଯେ, ଶନିବାର ହୋଇଥିବା ବର୍ଷାରେ ରାମଚନ୍ଦ୍ର ସାହୁ, ଭରତ ସାହୁ, ସେକ୍‌ ୟୁସୁ୍‌ଫ, ପ୍ରଫୁଲ୍ଲ ମିଶ୍ର, ତପନ କୁମାର ମିଶ୍ର, ରାମଚନ୍ଦ୍ର ସାହୁଙ୍କ ଘରେ ପାଣି ପଶି ଯାଇଥିଲା। ପୂର୍ବରୁ ବର୍ଷା ହେଲେ ପାଣି ଏକ ଘରୋଇ ଜମି ଦେଇ ବହି ଯାଉଥିଲା। ହେଲେ ଚଳିତ ବର୍ଷ ଉକ୍ତ ଜମିର ମାଲିକ ସେଠାରେ ରହିବାରୁ, ପାଣି ଜମି ରହୁଛି। ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ଏହାର ସମାଧାନ ନ କରିବାରୁ ୱାର୍ଡ଼ବାସୀମାନେ ଏହିଭଳି ହଇରାଣ ହେଉଛନ୍ତି। ଏହାର ସମାଧାନ ନ ହେଲେ ୱାର୍ଡ଼ବାସୀ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଘର ଗ୍ରିଲ୍‌ ଭାଙ୍ଗି ଲୁଟିନେଲେ ସାଢ଼େ ୩ ଲକ୍ଷ ଟଙ୍କା ସହ ସୁନାଗହଣା, ଡକାୟତଙ୍କ ଆକ୍ରମଣରେ ଦମ୍ପତି ଆହତ

ନୟାଗଡ,୨।୧୨(ଲୋକନାଥ ମିଶ୍ର): ଜଦୁପୁରରେ ଡକାୟତି । ନୟାଗଡ ସଦର ଥାନା ଯଦୁପୁର ଗାଁ ର କାଳିଆ ପାତ୍ରଙ୍କ ଘରେ ଲୁଟ୍‌ ହୋଇଛି। ଆଠଜଣ ଡକାୟତ ସୋମବାର...

ନୟାଗଡ଼ରେ ବନ୍ଧୁକ ତିଆରି କାରଖାନା ଠାବ

ନୟାଗଡ଼,୩୦ା୧୧: ନୟାଗଡ଼ରେ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ ହୋଇଥିବାବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଜିଲାର ଶରଣକୁଳ ଥାନା ଗୋଡ଼ିପଡ଼ାରେ ଏହି ବନ୍ଧୁକ ତିଆରି...

ବନବିଭାଗ ଘଉଡାଇବା ବେଳେ ଅଘଟଣ: କୂଅରେ ପଡ଼ି ଚାଲିଗଲା ହାତୀଛୁଆର ଜୀବନ                   

ନୟାଗଡ଼/ରଣପୁର,୨୩।୧୧(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ):ଖୋର୍ଦ୍ଧା ବନଖଣ୍ଡ ନୟାଗ ଜିଲା ରଣପୁର ବନାଞ୍ଚଳ ପାତେଳେଶ୍ୱର ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରେ ଥିବା ପରିତ୍ୟକ୍ତ କୂଅରେ ପଡି...

ଜେଲ ଗଲେ ବିଜେଡି ନେତା: କରୁଥିଲେ ଏହି କାମ

ନୟାଗଡ଼/ ରଣପୁର, ୧୫।୧୧ (ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ):ବେକାର ଯୁବକମାନଙ୍କୁ ବିଭିନ୍ନ ସରକାରୀ ସଂସ୍ଥାରେ ଚାକିରି କରାଇଦେବା କହି ଲକ୍ଷାଧିକ ଟଙ୍କା ଠକି ନେଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri