୨୦୨୧ ମାର୍ଚ୍ଚରେ ସରିବ ଓଡ଼ିଶା ଜନଗଣନା

ଭୁବନେଶ୍ୱର, ୬ା୭ (ବ୍ୟୁରୋ): ଓଡ଼ିଶାରେ ଜନଗଣନା ୨୦୨୧ ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ସଚିବାଳୟଠାରେ ଅନୁଷ୍ଠିତ ଏହି ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଜନଗଣନା ସମ୍ବନ୍ଧିତ ପ୍ରଶାସନିକ ଓ ବୈଷୟିକ ଦିଗ ଉପରେ ଆଲୋଚନା କରିଛନ୍ତି।
ଭାରତ ସରକାରଙ୍କ ଜନଗଣନା ଯୁଗ୍ମ ନିର୍ଦ୍ଦେଶକ ପ୍ରଭାକର ବରଦା ପ୍ରସ୍ତାବିତ କାର୍ଯ୍ୟଯୋଜନା ବିଷୟରେ ସୂଚନା ଦେଇଛନ୍ତି। ପ୍ରସ୍ତାବର ବିଭିନ୍ନ ଦିଗକୁ ବିଚାର କରି ଜନଗଣନାକୁ ସମ୍ପୂର୍ଣ୍ଣ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଜନଗଣନାକୁ ନିର୍ଭୁଲ ଏବଂ ସଦ୍ୟତମ କରିବା ପାଇଁ ସ୍ବତନ୍ତ୍ରଭାବେ ପ୍ରସ୍ତୁତ ଏକ ମୋବାଇଲ୍‌ ଆପ୍‌ର ପ୍ରୟୋଗ କରିବା ନିମନ୍ତେ ବୈଠକରେ ସ୍ଥିର ହୋଇଥିଲା। ଏଥର ଜନଗଣନାକୁ ତହସିଲଓ୍ବାରି କରାଯିବ। ପୂର୍ବରୁ ଏହା ଥାନାଓ୍ବାରି କରାଯାଉଥିଲା। ଜିଲା ମାଜିଷ୍ଟ୍ରେଟମାନେ ମୁଖ୍ୟ ଜନଗଣନା ଅଧିକାରୀ ଏବଂ ଅତିରିକ୍ତ ଜିଲା ମାଜିଷ୍ଟ୍ରେଟମାନେ ଜିଲା ଜନଗଣନା ଅଧିକାରୀଭାବେ କାର୍ଯ୍ୟ କରିବେ। ସମୁଦାୟ ଗଣନା କାର୍ଯ୍ୟକୁ ୨ଟି ପର୍ଯ୍ୟାୟରେ କରାଯିବ। ପ୍ରଥମ ପର୍ଯ୍ୟାୟରେ ଘର ଗଣନା ହେବ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଜନସଂଖ୍ୟା ଗଣନା ହେବ। ୨ଟି ପର୍ଯ୍ୟାୟର କାର୍ଯ୍ୟକୁ ୨୦୨୧ ମାର୍ଚ୍ଚରେ ଶେଷ କରିବା ପାଇଁ ବୈଠକରେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ରାଜ୍ୟର ୩ ସ୍ଥାନରେ ଜନଗଣନା କୌଶଳଗୁଡିକର ପରୀକ୍ଷାମୂଳକ ପ୍ରୟୋଗ( ପ୍ରିଟେଷ୍ଟ) କରାଯିବ। କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ, ବଲାଙ୍ଗୀର ଜିଲାର ପୁଇନ୍ତଳା ଏବଂ ଖୋର୍ଦ୍ଧା ଜିଲାର ଭୁବନେଶ୍ବର ମହାନଗର ନିଗମରେ ଏହା ପରୀକ୍ଷାମୂଳକ ଭାବେ କାର୍ଯ୍ୟ କରାଯିବ। ଏହି ପ୍ରିଟେଷ୍ଟ ଚଳିତ ବର୍ଷ ଅଗଷ୍ଟ ୧୨ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୨୦ ମଧ୍ୟରେ ସାରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍

ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର...

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି।...

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri