Posted inଜାତୀୟ

୨୬ ବର୍ଷରେ ୩୧ ହଜାର ୮୪୫ ହାଜତ ମୃତ୍ୟୁ: ୫ ରାଜ୍ୟରେ ସର୍ବାଧିକ

ନୂଆଦିଲ୍ଲୀ,୧୦।୧୨: ଦେଶରେ ମାନବାଧିକାରକୁ ଅଣଦେଖା କରାଯାଉଛି। ଫଳରେ ୧୯୯୩ଠାରୁ ୨୦୧୯ ପର୍ଯ୍ୟନ୍ତ ଗତ ୨୬ ବର୍ଷ ମଧ୍ୟରେ ଦେଶର ବିଭିନ୍ନ ହାଜତରେ ୩୧ ହଜାର ୮୪୫ ହାଜତ ମୃତ୍ୟୁ ଘଟଣା ଘଟିଛି। ବିଚାରାଧୀନ ଅପରାଧୀଙ୍କର ବିଚାର ପୂର୍ବରୁ ମୃତ୍ୟୁ ଘଟିଛି। ଏଭଳି ଘଟଣାରେ ପଞ୍ଜାବ, ପଶ୍ଚିମବଙ୍ଗ ଏବଂ ବିହାର ଆଦି ରାଜ୍ୟ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛନ୍ତିି। ଟ୍ରାନ୍ସପାରେନ୍ସି ଇଣ୍ଟରନ୍ୟାସନାଲ୍‌ ଇଣ୍ଡିଆ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା ସୂଚିତ ହୋଇଛି। ଏହି ସମୟ ମଧ୍ୟରେ ମାନବାଧିକାରକୁ ଅଣଦେଖା କରାଯାଉଥିବା ନେଇ ରାଷ୍ଟ୍ରୀୟ ମାନବାଧିକାର ଆୟୋଗ ପକ୍ଷରୁ ୧୮ ଲକ୍ଷ ୩୧ ହଜାର ମାମଲା ଦାଏର କରାଯାଇଥିବାବେଳେ ରାଜ୍ୟ ମାନବାଧିକାର ଆୟୋଗ ପକ୍ଷରୁ ୧୮ଲକ୍ଷ ୮୯ ହଜାର ମାମଲା ଦାଏର ହୋଇଛି। ପ୍ରଶାସନିକ କ୍ଷେତ୍ରରେ ମାନବାଧିକାର ଆୟୋଗର ମୋଟ ୮୩୫ ପଦବୀ ମଧ୍ୟରୁ ୨୮୬ ଖାଲି ପଡ଼ିଛି। ତେଣୁ ଏହାର ସୁଫଳ ଜନସାଧାରଣଙ୍କୁ ମିଳିପାରୁ ନ ଥିବା କୁହାଯାଉଛି। ଅରୁଣାଚଳ ପ୍ରଦେଶ, ମିଜୋରାମ୍‌ ଏବଂ ନାଗାଲାଣ୍ଡ୍‌ରେ ମାନବାଧିକାର ଆୟୋଗ ସ୍ଥାପିତ ହୋଇ ପାରି ନାହିଁ। ପଞ୍ଜାବ, ପଶ୍ଚିମବଙ୍ଗ,ବିହାର, ଆସାମ ଏବଂ ତାମିଲନାଡୁ ଆଦି ୫ ରାଜ୍ୟରେ ସର୍ବାଧିକ ହାଜତ ମୃତ୍ୟୁ ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ମାନବାଧିକାର ସମ୍ପର୍କରେ ଲୋକଙ୍କ ସଚେତନ କରାଇବା ପାଇଁ ପ୍ରତିବର୍ଷ ଡିସେମ୍ବର ୧୦କୁ ମାନବାଧିକାର ଦିବସ ଭାବେ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ…

ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

ଦିଲ୍ଲୀରେ ରହିବାକୁ ମୋର ଘର ନାହିଁ, କାହିଁକି ଏମିତି କହିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୨ା୯: ଆମ୍‌ ଆଦ୍‌ମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ରବିବାର ଦିଲ୍ଲୀର ଜନ୍ତରମନ୍ତରରେ ଆୟୋଜିତ ହୋଇଥିବା ‘ଜନତା କି ଅଦାଲତ’ରେ ଭାଗ ନେଇଥିଲେ। ଏହା...

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ...

ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର, ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…

ଲକ୍ଷ୍ନୌ,୨୨ା୯: ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ଏକ ଗ୍ୟାସ୍‌ ସିଲିଣ୍ଡର୍‌ ମିଳିଛି। ଦୁର୍ବୃତ୍ତମାନେ ଟ୍ରାକ୍‌ରେ ସିଲିଣ୍ଡର ରଖି ଏକ ବଡ଼ ଧରଣର ଅଘଟଣ ଘଟାଇବାକୁ ଯୋଜନା କରିଥିଲେ।...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri