୨୭ରେ ମତ୍ସ୍ୟ ଚାଷ ସମ୍ପର୍କିତ ଜାତୀୟ କର୍ମଶାଳା: ଯୋଗଦେବେ ୩ ହଜାରରୁ ଉର୍ଦ୍ଧ୍ୱ ଚାଷୀ

ବାଲେଶ୍ୱର ଅଫିସ, ୧୫।୨-ଆସନ୍ତା ୨୭ ଓ ୨୮ ତାରିଖରେ ବାଲେଶ୍ୱରରେ ମତ୍ସ୍ୟ ଚାଷ ସମ୍ପର୍କିତ ଜାତୀୟ କର୍ମଶାଳା ଆୟୋଜିତ ହେବ। ଏନେଇ ଶୁକ୍ରବାର ଅପରାହ୍ନରେ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ପ୍ରାଣୀଧନ, ଦୁଗ୍ଧ ଉତ୍ପାଦନ ଏବଂ ମତ୍ସ୍ୟ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଯୋଗଦେଇ ଏହି ଜାତୀୟ କର୍ମଶାଳାର ରୂପରେଖ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।
ନୋସି ବିଜିନେସ ପାର୍କ ପରିସରରେ ଏହି କର୍ମଶାଳା ଆୟୋଜନ କରାଯିବା ନିମନ୍ତେ ବୈଠକରେ ନିଷ୍ପତ୍ତି ହୋଇଛି ା କର୍ମଶାଳାରେ ରାଜ୍ୟ ତଥା ରାଜ୍ୟ ବାହାରୁ ୩ହଜାରରୁ ଊର୍ଦ୍ଧ୍ୱ ମତ୍ସ୍ୟ ଚାଷୀଙ୍କ ସମେତ ବହୁ ବୈଜ୍ଞାନିକ, ବିଶେଷଜ୍ଞ ଓ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମତ୍ସ୍ୟ ଚାଷ ସମ୍ପର୍କିତ ଉନ୍ନତ ଜ୍ଞାନକୌଶଳ ଓ ଏବଂ ଅଳ୍ପ ଜମିରୁ କିପରି ଅଧିକ ଆୟ କରାଯାଇପାରିବ। ସେ ସମ୍ପର୍କରେ ଚାଷୀଙ୍କୁ ଅବଗତ କରିବା କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ ହୋଇଥିବା ବେଳେ ଏହାର ଆୟୋଜନ ଓ ସୁପରିଚାଳନା ନିମନ୍ତେ ବିଭିନ୍ନ ଟିମ୍‌ ଗଠନ କରାଯାଇ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ଉଭୟ ମଧୁର ଜଳ ଏବଂ ଲୁଣି ଜଳରେ ଉନ୍ନତ ପ୍ରଣାଳୀରେ କିଭଳି ମାଛ ଚାଷ କରାଯାଇପାରିବ ସେ ବାବଦରେ ବିଶେଷଜ୍ଞମାନେ ଏହି ଦୁଇଦିନିଆ କର୍ମଶାଳାରେ ବିସ୍ତୃତ ସୂଚନା ପ୍ରଦାନ କରିବେ। ସେହିଭଳି ମତ୍ସ୍ୟ ଚାଷୀମାନଙ୍କୁ ଏହି ଅବସରରେ କିଶାନ କ୍ରେଡ଼ିଟ୍‌ କାର୍ଡ଼ ପ୍ରଦାନ ନିମନ୍ତେ ଗୃହରେ ପ୍ରସ୍ତାବ ଦିଆଯାଇଥିଲା। ବାଲେଶ୍ୱର ଭଳି ଉପକୂଳବର୍ତ୍ତୀ ଜିଲାରେ ମତ୍ସ୍ୟ ଚାଷ ନିମନ୍ତେ ଅମାପ ସୁଯୋଗ ରହିଛି ଏବଂ ଏହା ଦ୍ୱାରା ଜିଲାର ଆର୍ଥିକ ପ୍ରଗତି ହୋଇପାରିବ ବୋଲି ମନ୍ତ୍ରୀ ଷଡ଼ଙ୍ଗୀ ପ୍ରକାଶ କରିଥିଲେ। କର୍ମଶାଳା ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି ଲାଗି ମନ୍ତ୍ରୀ ଜୋର୍‌ ଦେଇଥିଲେ। କର୍ମଶାଳାରେ ଚାଷୀଙ୍କ ପଞ୍ଜୀକରଣ, ଅତିଥିଙ୍କ ଅଭ୍ୟର୍ଥନା ଓ ରହିବା ବ୍ୟବସ୍ଥା, ମଞ୍ଚ ପରିଚାଳନା, ଷ୍ଟଲ ପ୍ରସ୍ତୁତି, ସଫଳ ଚାଷୀମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯିବା, ଚାଷୀମାନଙ୍କ ପାଇଁ ଋଣ ଓ ବଜାର ସୁଯୋଗର ସୃଷ୍ଟି ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା। ବାଲେଶ୍ୱର ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ ସ୍ବାଗତ ଅଭିଭାଷଣ ରଖିଥିବା ବେଳେ ଭାରତ ସରକାରଙ୍କ ମତ୍ସ୍ୟ ବିଭାଗର ଯୁଗ୍ମ ସଚିବ ସାଗର ମେହେରା, ଏସ୍‌ଟିଏ ଗୁଣମୟ ପାତ୍ର, ଏନଏଫଡ଼ିବି ହାଇଦ୍ରାବାଦର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଏବି ପ୍ରକାଶ, ବରିଷ୍ଠ ଅଧିକାରୀ ମାନସ କୁମାର ସିହ୍ନା, ରାଜ୍ୟ ସରକାରଙ୍କ ଅତିରିକ୍ତ ମତ୍ସ୍ୟ ନିର୍ଦ୍ଦେଶକ ଉମେଶ ମହାନ୍ତି, ଡିଡିଏଫ ରବିନାରାୟଣ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ବୈଠକରେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri