୩ ମାସରେ ଅଜଣା ରୋଗ ନେଲାଣି ୧୭ ଜୀବନ  

ମାଲକାନଗିରି,୩୧ା୫(ଡି.ଏନ୍‌.ଏ.)-ଅଜଣା ରୋଗରେ ମାଲକାନଗିରି ଜିଲାରେ ଗୋଟିଏ ଗ୍ରାମରେ ୩ ମାସ ମଧ୍ୟରେ ୧୭ଜଣଙ୍କ ମୃତ୍ୟୁ ହୋଇଛି। ଜିଲା ସଦର ବ୍ଲକ୍‌ ପେଡ଼ାକୋଣ୍ଡା ପଞ୍ଚାୟତ କେନ୍ଦୁଗୁଡ଼ା ଗ୍ରାମରେ ଫେବୃୟାରୀ ୨୫ରୁ ଏପର୍ଯ୍ୟନ୍ତ ଏତେ ସଂଖ୍ୟକ ଲୋକ ପ୍ରାଣ ହରାଇବା ଆଲୋଚନାର ବିଷୟ ହୋଇଛି। ପ୍ରଥମେ ରୋଗୀମାନଙ୍କ ପାଦଠାରୁ ଆଣ୍ଠୁ ପର୍ଯ୍ୟନ୍ତ ଫୁଲିଯାଏ। ପରେ ଜ୍ୱର ହୋଇଥାଏ ା ଜ୍ୱର ହେବାର ୩/୪ ଦିନ ମଧ୍ୟରେ ରୋଗୀଙ୍କ ମୃତ୍ୟୁ ଘଟିଥାଏ। ଗତ ମାର୍ଚ୍ଚରେ ଗ୍ରାମର ୭ଜଣଙ୍କ ମୃତ୍ୟୁ ହୋଇଥିଲା। ପରେ ଏହି ଘଟଣା ଲୋକଲୋଚନକୁ ଆସିଥିଲା। ସେ ସମୟରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ତତ୍ତ୍ୱାବଧାନରେ ଏକ ଡାକ୍ତରୀ ଦଳ ଗ୍ରାମକୁ ଯାଇ ପରୀକ୍ଷା ନିରୀକ୍ଷା କରି ଆକ୍ରାନ୍ତ ରୋଗୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣି ଚିକିତ୍ସା କରିଥିଲେ। ଚିକିତ୍ସାଧୀନ ରୋଗୀମାନେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ମାତ୍ର କିଛିଦିନ ପରେ ପୁଣି ଏହି ରୋଗ ଦେଖାଦେଇଥିଲା। ଫଳରେ ଲକ୍‌ଡାଉନ ସମୟରେ ଏପ୍ରିଲରେ ଆଉ ୭ଜଣଙ୍କ ମୃତ୍ୟୁ ହୋଇଥିଲା। ମେ ୨୦ରୁ ଏଯାଏ ସମାରୁ କବାସୀ, ଉଙ୍ଗା ମାଡକାମି, ଆଇତା ମୁସାକି ପ୍ରମୁଖ ୩ ଜଣଙ୍କ ଏହି ରୋଗରେ ମୃତ୍ୟୁ ହୋଇଛି। ଏବେ ମଧ୍ୟ ଗ୍ରାମରେ ଅନେକ ବ୍ୟକ୍ତି ଏହି ରୋଗରେ ପୀଡ଼ିତ ଥିବା ଜିଲା ପରିଷଦ ଅଧ୍ୟକ୍ଷ ଦଶରଥ ପଡିଆମିଙ୍କ ସହ ଗ୍ରାମବାସୀ କହିଛନ୍ତି। ଏ ନେଇ ପଡିଆମି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଅନିଲ କୁମାର ପାଢ଼ୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏକ ଡାକ୍ତରୀ ଦଳ ସେହି ଗ୍ରାମକୁ ଯାଇ ପୁଣି ଥରେ ଏହି ରୋଗ ସମ୍ପର୍କରେ ଅନୁଧ୍ୟାନ କରିବେ ବୋଲି ପାଢ଼ୀ କହିଛନ୍ତି। ତେବେ କେଉଁ କାରଣରୁ କେବଳ ଏହି ଗୋଟିଏ ଗ୍ରାମରେ ଏପରି ରୋଗ ହୋଇ ଲୋକଙ୍କ ମୃତ୍ୟୁ ଘଟୁଛି ଏହାର ସବିଶେଷ ଅନୁଧ୍ୟାନ କରାଯିବା ନେଇ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri