Posted inଜାତୀୟ

୫୭୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୦ା୪: ଆସନ୍ତା ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ମୋଟ ୧୬୧୨ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ ମଧ୍ୟରୁ ୫୭୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବା ଆସୋସିଏଶନ୍‌ ଅଫ ଡେମୋକ୍ରାଟିକ୍‌ ରିଫର୍ମ୍‌ସ (ଏଡିଆର୍‌) ରିପୋର୍ଟରେ ପ୍ରକାଶ ପାଇଛି। ପ୍ରାର୍ଥୀମାନଙ୍କ ସତ୍ୟପାଠ ଯାଞ୍ଚ ପରେ ଏଡିଆର୍‌ ଶୁକ୍ରବାର ପ୍ରକାଶ କରିଥିବା ରିପୋର୍ଟରୁ ଏହା ଜଣାପଡିଛି।
ପ୍ରମୁଖ ରାଜନୈତିକ ଦଳ କଂଗ୍ରେସର ୯୦ ପ୍ରାର୍ଥୀଙ୍କ ମଧ୍ୟରୁ ୪୦ ଜଣ ଏବଂ ଭାଜପାର ୯୭ ପ୍ରାର୍ଥୀଙ୍କ ମଧ୍ୟରୁ ୩୮ ଜଣଙ୍କ ବିରୋଧରେ ଅପରାଧ ମାମଲା ରହିଛି। ସିପିଆଇଏମ୍‌ର ସର୍ବନିମ୍ନ ପ୍ରାର୍ଥୀଙ୍କ ବିରୋଧରେ ଅପରାଧ ମାମଲା ରହିଛି। ୧୪ ପ୍ରାର୍ଥୀ କୋର୍ଟ ଦ୍ୱାରା ଦୋଷୀସାବ୍ୟସ୍ତ ହୋଇଛନ୍ତି। ୧୩ଜଣଙ୍କ ବିରୋଧରେ ହତ୍ୟା ମାମଲା, ୨୯ ଜଣଙ୍କ ବିରୋଧରେ ମହିଳାଙ୍କ ପ୍ରତି ଅପରାଧ ମାମଲା ଥିବା ସତ୍ୟପାଠରେ ଘୋଷଣା କରିଛନ୍ତି। ଉତ୍ତେଜନାମୂଳକ ଭାଷଣ ଦେବା ଅଭିଯୋଗରେ ୨୬ ଜଣଙ୍କ ବିରୋଧରେ ଅପରାଧ ମାମଲା ରୁଜୁ ହୋଇଛି।
ଏଡିଆର୍‌ ରିପୋର୍ଟ ଅନୁଯାୟୀ ଏହି ପର୍ଯ୍ୟାୟରେ ମୋଟ ୧୧୫ ନିର୍ବାଚନମଣ୍ଡଳୀରେ ମତଦାନ ହେବାକୁ ଥିବାବେଳେ ସେଥିରୁ ୬୩ଟି ଆସନ ସମ୍ବେଦନଶୀଳ ବର୍ଗରେ ରହିଛି, ଯେଉଁଠି ତିନି କିମ୍ବା ତଦୂର୍ଦ୍ଧ୍ୱ ପ୍ରାର୍ଥୀଙ୍କ ବିରୋଧରେ ଅପରାଧ ମାମଲା ରହିଛି। ତୃତୀୟ ପର୍ଯ୍ୟାୟରେ ୩୯୨ ଜଣ କୋଟିପତି ପ୍ରାର୍ଥୀ ରହିଥିବା ସତ୍ୟପାଠରୁ ଜଣାପଡିଛି। ସେମାନଙ୍କ ମଧ୍ୟରୁ ସମାଜବାଦୀ ପାର୍ଟି ପ୍ରାର୍ଥୀ କୁମାର ଦେବେନ୍ଦ୍ର ସିଂ ଯାଦବଙ୍କ ସମ୍ପତ୍ତି ସର୍ବାଧିକ ୨୦୪ କୋଟି ଟଙ୍କା ହୋଇଥିବାବେଳେ ତାଙ୍କ ପଛକୁ ଅଛନ୍ତି ଏନ୍‌ସିପିର ଭୋଁସଲେ ଶ୍ରୀମନ୍ତ ଛତ୍ରପତି। ତାଙ୍କ ସମ୍ପତ୍ତି ପରିମାଣ ୧୯୯ କୋଟି ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି। ୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସମ୍ପତ୍ତି ଘୋଷଣା କରିଥିବା ପ୍ରାର୍ଥୀମାନଙ୍କ ହାରାହାରି ସମ୍ପତ୍ତି ୨.୯୫ କୋଟି ବୋଲି ଉକ୍ତ ରିପୋର୍ଟରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri