Posted inଖେଳ

୬ ମ୍ୟାଚ୍‌ରୁ ୪ ଅର୍ଦ୍ଧଶତକ, ୧ ଶତକ; ଏହି ଖେଳାଳି ହେଉଛନ୍ତି ଭାରତୀୟ ଦଳର ଆଗାମୀ ଷ୍ଟାର୍‌

ପୋଚେଫଷ୍ଟ୍ରୁମ,୧୦।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଆଇସିସି ଅଣ୍ଡର୍‌-୧୯ ବିଶ୍ୱକପର ରବିବାର ଖେଳାଯାଇଥିବା ଫାଇନାଲରେ ବାଂଲାଦେଶ ଡିଫେଣ୍ଡିଂ ଚାମ୍ପିୟନ ଭାରତକୁ ୩ ଉଇକେଟରେ ହରାଇ ପ୍ରଥମଥର ଟାଇଟଲ ଜିତିଛି। ଯଦିଓ ଏହି ମ୍ୟାଚରେ ଭାରତ ପରାଜିତ ହୋଇଛି କିନ୍ତୁ ଷ୍ଟାର୍‌ ଓପନର ଯଶସ୍ବୀ ଜୈଶୁଆଲ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଯଶସ୍ବୀ ଅଣ୍ଡର୍‌-୧୯ ବିଶ୍ୱକପରେ ପାଞ୍ଚଥର ୫୦ରୁ ଅଧିକ ରନ କରିବାର ରେକର୍ଡ ନିଜ ନାଁରେ କରିଛନ୍ତି। ଯଶସ୍ବୀଙ୍କ ପୂର୍ବରୁ ବ୍ରିଟ ୱିଲିୟମ୍ସ ଓ ସର୍ଫରାଜ ଖାନ ଏହି କାରନାମା କରିଥିଲେ। ଅଷ୍ଟ୍ରେଲୀୟ କ୍ରିକେଟର୍‌ ବ୍ରିଟ ୱିଲିୟମ୍ସ ୧୯୮୮ରେ ଏହି କାରନାମା କରିଥିଲେ। ସେହିପରି ଭାରତର ସର୍ଫରାଜ ୨୦୧୬ ବିଶ୍ୱକପରେ ଏହି ରେକର୍ଡ ନିଜ ନାଁରେ କରିଥିଲେ। ଚଳିତ ବିଶ୍ୱକପରେ ଯଶସ୍ବୀ ଯଥାକ୍ରମେ ୫୯, ୨୯ରେ ଅପରାଜିତ, ୫୭ରେ ଅପରାଜିତ, ୬୨, ୧୦୫ରେ ଅପରାଜିତ, ୮୮ ରନ କରିଛନ୍ତି। ସେ ମୋଟ ୬ ଇନିଂସରେ ୪ଥର ୫୦ରୁ ଅଧିକ ସ୍କୋର କରିଛନ୍ତି ଏବଂ ଗୋଟିଏ ଶତକ ମଧ୍ୟ ମାରିଛନ୍ତି। ଯଶସ୍ବୀ ଚଳିତ ସଂସ୍କରଣରେ ୪୦୦ ରନ କରି ଟୁର୍ନାମେଣ୍ଟର ସର୍ବଶ୍ରେଷ୍ଠ ସ୍କୋରର ହୋଇଛନ୍ତି। ଯଶସ୍ବୀଙ୍କୁ ଭାରତୀୟ କ୍ରିକେଟ ଦଳର ଆଗାମୀ ଷ୍ଟାର୍‌ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri