Posted inଜାତୀୟ

୮୨ କୋଟି ଲୋକ ଭୋକିଲା

ଜାତିସଂଘ,୧୬ା୭(ପି.ଟି.): ବିଶ୍ୱରେ ୮୨କୋଟିରୁ ଊର୍ଦ୍ଧ୍ୱ ଲୋକ କ୍ଷୁଧା, ଖାଦ୍ୟାଭାବ ଏବଂ ଅପପୁଷ୍ଟିର ଶିକାର ହୋଇଥିବା ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୫ରୁ ଖାଦ୍ୟ ଅଭାବ ବୃଦ୍ଧି ପାଇବାରେ ଲାଗିଛି। ୨୦୩୦ ସୁଦ୍ଧା ଜାତିସଂଘର ପୋଷଣୀୟ ଉନ୍ନୟନ ଲକ୍ଷ୍ୟ ପୂରଣକୁ ଦୃଷ୍ଟିରେ ରଖିଲେ ଏହି ଧାରା ବିପରୀତ ବୋଲି ସୂଚନା ମିଳୁଛି। ୨୦୩୦ ବେଳକୁ ବିଶ୍ୱର କୌଣସି ବି ଲୋକ ଭୋକ ଉପାସରେ ରହିବେ ନାହିଁ ପ୍ରସଙ୍ଗ ‘ଅତ୍ୟନ୍ତ ଆହ୍ବାନକାରୀ’ ବୋଲି ଉକ୍ତ ରିପୋର୍ଟରେ କୁହାଯାଇଛି।
ଆଫ୍ରିକାରେ ୨୦ପ୍ରତିଶତ ଲୋକ ଅପପୁଷ୍ଟିର ଶିକାର ହୋଇଥିବାବେଳେ ଏସିଆରେ ୧୨ପ୍ରତିଶତରୁ ଅଧିକ ଏବଂ ଲାଟିନ ଆମେରିକା ଓ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ୭ପ୍ରତିଶତ ଲୋକ ଅପପୁଷ୍ଟିର ଶିକାର ହୋଇଛନ୍ତି। ବିଶ୍ୱର କିଛି ଅଞ୍ଚଳର ଲୋକେ ଖାଦ୍ୟ ସଂକଟର ସମ୍ମୁଖୀନ ହୋଇଛନ୍ତି। ସାମଗ୍ରିକ ଭାବରେ ବିଶ୍ୱରେ ୨୦୦କୋଟିରୁ ଊର୍ଦ୍ଧ୍ୱ ଲୋକ ଖାଦ୍ୟ ଅଭାବର ସମ୍ମୁଖୀନ ହୋଇଛନ୍ତି। ଜାତିସଂଘର ଖାଦ୍ୟ ଓ କୃଷି ସଂଗଠନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବର୍ତ୍ତମାନର ଏହି ଧାରା ବଜାୟ ରହିଲେ ୨୦୩୦ ସୁଦ୍ଧା ଅନେକ ଶିଶୁ ଅପପୁଷ୍ଟିର ଶିକାର ହେବେ ଏବଂ ‘କେହି ଜଣେ ଭୋକରେ ରହିବେ ନାହିଁ’ ଲକ୍ଷ୍ୟ ପୂରଣ ହୋଇପାରିବ ନାହିଁ। ବର୍ତ୍ତମାନ ପାଖାପାଖି ୧୪କୋଟି ୯୦ଲକ୍ଷ ଶିଶୁଙ୍କର ଅଭିବୃଦ୍ଧି ଖାଦ୍ୟ ଅଭାବରୁ ବିଳମ୍ବ ହେଉଛି। ଉକ୍ତ ରିପୋର୍ଟରେ ପୁଣି କୁହାଯାଇଛି, ପୃଥିବୀର ସବୁ ଅଞ୍ଚଳରେ ମେଦ ବହୁଳତା ତଥା ଅଧିକ ଓଜନଯୁକ୍ତ ଲୋକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ସ୍କୁଲ ଯିବା ବୟସର ପିଲା ଏବଂ ବୟସ୍କ ବ୍ୟକ୍ତି ଅଧିକ ସଂଖ୍ୟାରେ ଏହାର ଶିକାର ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ...

ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି

ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ...

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦...

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ...

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨:  ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri